ଯେଉଁଠି ଓଡ଼ିଆ କହିଲେ ଦଣ୍ଡ ମିଳେ!

News Story - Posted on 2018-01-09

ସଂଗ୍ରାମ କେଶରୀ ସେନାପତି

 

ବିଦ୍ୟା ଅଟଇ ମହାଧନ, ବାଳକେ କର ଉପାର୍ଜନ।

 

ବିଦ୍ୟା ହେଉଛି ଅମୂଲ୍ୟ, କୌଣସି ମୂଲ ଦେଇ ବି ବିଦ୍ୟାକୁ ମାପି ହେବନି, କାରଣ ବିଦ୍ୟା କାହାଠାରୁ କିଣି ହୁଏ ନାହିଁ। ଏହା କେବଳ ସତଶିକ୍ଷାରୁ ହିଁ ମିଳିଥାଏ। ବିଦ୍ୟା ହେଉଛି ଏକ ଏମିତି ଜିନିଷ ତାହା ଅନୁଭବରୁ ହିଁ ମଣିଷକୁ ଜ୍ଞାତ ହୋଇଥାଏ। ଚୋରଟିଏ ଚୋରି କରିବାକୁ ଆସିଲେ ସବୁକିଛି ଚୋରି କରିପାରିବ, ହେଲେ କେବେ କାହାର ବିଦ୍ୟାକୁ ଚୋରିକରି ନେଇପାରିବ ନାହିଁ। କୌଣସି ଜିନିଷକୁ ଖର୍ଚ୍ଚ କଲେ ତାହା ଦିନେ ନା ଦିନେ ସରିଯାଏ, ହେଲେ ବିଦ୍ୟାକୁ ଯେତେ ଅଧିକ ଖର୍ଚ୍ଚ କରିବ ସେ ସେତେ ଅଧିକ ଅଧିକ ହୋଇ ବି ଚାଲିଥିବ।

 

ବିଦ୍ୟା ଦଦାତି ବିନୟଂ, ଅର୍ଥାତ ବିଦ୍ୟାରୁ ବିନମ୍ରତା ଭାବ ଜାତ ହୋଇଥାଏ, ଯେଉଁ ବିନମ୍ରତା ଭାବ ମନୁଷ୍ୟକୁ ଦୁନିଆରେ ଉଚ୍ଚ ସ୍ଥାନରେ ଅଧିଷ୍ଠିତ କରାଇବା ସହିତ ସଭିଙ୍କର ପ୍ରିୟପାତ୍ର କରାଇଥାଏ। କଥାରେ ଅଛି ରାଜା ନିଜ ରାଜ୍ୟରେ ପୂଜା ପାଏ, କିନ୍ତୁ ଜ୍ଞାନୀ ଲୋକଟିଏ ସର୍ବତ୍ର ପୂଜା ପାଏ। ବିଦ୍ୟା ଏପରି ଏକ ଧନ ଯାହାକୁ ଯେତେ ବାଣ୍ଟିଲେ ମଧ୍ୟ ସରେ ନାହିଁ, ବରଂ ବିଦ୍ୟାଦାନ ଦ୍ବାରା ନିଜର ବିଦ୍ୟାର ପରିମାଣ ବେ ଏବଂ ସେହି ବିଦ୍ୟା ଦୁନିଆକୁ ଆଗକୁ ଆଗକୁ ନେବାରେ ସାହାଯ୍ୟ କରେ। ବିଦ୍ୟା ଅର୍ଜନ କଲେ ଅନେକ ପୂଣ୍ୟଫଳ ପ୍ରାପ୍ତ ହୋଇଥାଏ ଏବଂ ଏହି ଅର୍ଜିତ ବିଦ୍ୟାକୁ ବଣ୍ଟନ କଲେ ତହୁଁ ଅଧିକ ପୂଣ୍ୟଫଳ ପ୍ରାପ୍ତ ହୁଏ।

 

ଅଧୁନା ଶିକ୍ଷାନୁଷ୍ଠାନମାନଙ୍କରେ ପ୍ରଚଳିତ ଶିକ୍ଷା ପଦ୍ଧତି କିନ୍ତୁ ବିଦ୍ୟାପ୍ରାପ୍ତି ପାଇଁ ନୁହେଁ, ବରଂ କେବଳ ବିଦ୍ୟାକୁ ଧନ ଉପାର୍ଜନର ମାଧ୍ୟମ ଭାବରେ ଅଧ୍ୟୟନ କରାଯାଉଛି। ଏବେ ଆମର ଓଡ଼ିଆ ବିଦ୍ୟାଳୟକୁ ପିଲାମାନେ ବିଦ୍ୟା ଅଧ୍ୟୟନ କରିବାକୁ ପସନ୍ଦ କରୁନାହାନ୍ତି। ବହୁତ କମ ପିଲା ଓଡ଼ିଆ ସରକାରୀ ବିଦ୍ୟାଳୟରେ ପଢ଼ୁଛନ୍ତି। ଯେଉଁମାନେ ବେସରକାରୀ ବିଦ୍ୟାଳୟମାନଙ୍କରେ ସେମାନଙ୍କର ମାସିକ ଖର୍ଚ୍ଚ ଦେଇପାରିବେ ନାହିଁ, ସେମାନେ ହିଁ ସରକାରୀ ବିଦ୍ୟାଳୟକୁ ଆସୁଛନ୍ତି। ଅନ୍ୟପକ୍ଷରେ ଓଡ଼ିଶାରେ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସଂଖ୍ୟା ଅନେକ। ପ୍ରାୟ ପ୍ରତ୍ୟେକ ସହରରେ ଏହି ବିଦ୍ୟାଳୟମାନ ଗଢ଼ିଉଠିଛି। ଅଭିଭାବକମାନଙ୍କ ଅନୁସାରେ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପିଲାମାନେ ପିଲେ ସେମାନେ ଅଧିକ କିଛି ଶିଖିପାରିବେ ଓ ଭବିଷ୍ୟତରେ ବହୁତ ଉପରକୁ ଯିବେ। ହେଲେ ଏହି ବିଦ୍ୟାଳୟମାନଙ୍କରେ ପଢ଼ିବା ଦ୍ବାରା ପିଲାମାନଙ୍କ ଉପରେ କେଉଁଭଳି ପ୍ରଭାବ ପଡ଼ୁଛି ସେ ଉପରେ ଟିକେ ନଜର ପକାଇବା।

 

ପିଲାଟିଏ ଟିକେ ଟିକେ କଥା କହିବା ଆଗରୁ ତାକୁ ଛାଡ଼ିଲେ ଖେଳ ସ୍କୁଲରେ। ଯେଉଁ ସମୟରେ ସେ ନିଜର ପିତାମାତାଙ୍କ ପାଖରେ ଅଧିକ ସମୟ ରହିବା ଦରକାର ସେହି ସମୟରେ ସେ ଦିନରେ ସମୟ ବିତାଏ ଖେଳ ସ୍କୁଲରେ। ଧୀରେ ଧୀରେ ବ ହେବା ବେଳକୁ ତାକୁ ପୁଣି ପଠାଇ ଦିଅନ୍ତି ଇଂରାଜୀ ମାଧ୍ୟମ ବିଦ୍ୟାଳୟକୁ। ସେଠାରେ ଓଡ଼ିଆ କହିବା ମନା, କେବଳ ଇଂରାଜୀରେ କଥାବାର୍ତ୍ତା। ବିଦ୍ୟାଳୟ ପରିସରରେ ଓଡ଼ିଆ କହିଲେ ଦଣ୍ଡ ଭୋଗିବାକୁ ପଡ଼ିଥାଏ। ସେହି ପିଲାମାନଙ୍କର ଅଭିଭାବକଙ୍କୁ ତାଗିଦ କରାଯାଏ କି ପିଲା ଯେମିତି ଘରେ ଓଡ଼ିଆରେ ବି କଥାବାର୍ତ୍ତା ନ କରେ। ସେହିଠାରୁ ଆରମ୍ଭ ହୁଏ ନିଜର ମାତୃଭାଷା ପ୍ରତି ଭିନ୍ନ ଧାରଣା, ଯାହାକି ତାକୁ ଏକ ଭୁଲ ଭଳି ପରିଲକ୍ଷିତ ହୋଇଥାଏୟ ସେ ତା’ର ମନେ ମନେ ସ୍ଥିର କରିନେଇଥାଏ କି ଯଦି ସେ ଏହି ଭାଷାର ବ୍ୟବହାର ଦ୍ବାରା କିଛି ଅସୁବିଧା ଭୋଗ କରୁଛି ତେବେ କାହିଁକି ସେ ସେହି ଭାଷାର ବ୍ୟବହାର କରିବ? କେତେ କେତେ ସ୍ଥାନରେ ଏପରି ହୋଇଥାଏ କି ପିଲାମାନଙ୍କର ଅଭିଭାବକ ଶିକ୍ଷକ ସେମାନଙ୍କୁ ଏମିତି ଲୋକଙ୍କ ସହ ମିଶିବାକୁ ସୁଯୋଗ ଦିଅନ୍ତି, ଯେଉଁମାନେ କେବଳ ଇଂରାଜୀରେ କଥାବାର୍ତ୍ତା କରିବେ। ଏମିତିକି ସେମାନଙ୍କର ବୃଦ୍ଧ ଜେଜେବାପା କିମ୍ବା ଜେଜେମାଆଙ୍କ ସହ ମିଶିବାକୁ ସୁଯୋଗ ଦିଅନ୍ତିନି, କାହିଁକି ନା ସେମାନେ ଇଂରାଜୀ ଜାଣିନାହାନ୍ତି। ଗୋଟିଏ ଘରେ ରହୁଥିଲେ ବି ପିଲାମାନଙ୍କୁ ସେମାନଙ୍କ ସହ ମିଶିବାକୁ ଦିଆଯାଏନି।

 

ଇତିମଧ୍ୟରେ ସରକାରଙ୍କ ନିୟମକୁ ମାନିବାକୁ ଯାଇ କିଛି ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଓଡ଼ିଆ ପାଠ୍ୟକ୍ରମ ଯୋଡ଼ିଛନ୍ତି। ସେହି ପାଠ୍ୟ ଖସଡ଼ା ଅନୁସାରେ ପିଲାମାନେ ଓଡ଼ିଆ କେବଳ ସେହି ଶ୍ରେଣୀଗୃହ ମଧ୍ୟରେ ପଢ଼ିବେ ଓ କହିବେ। ଶ୍ରେଣୀଗୃହ ବାହାରେ ସେହି ବିଷୟରେ କିଛି ଆଲୋଚନା କରିବେ ନାହିଁ। ସେହି ପାଠ ପୁଣି ଆରମ୍ଭରୁ ଶିକ୍ଷାଦାନ କରାଯିବନି, ଷଷ୍ଠ ଶ୍ରେଣୀରେ ପିଲାମାନେ ଓଡ଼ିଆ ଶିଖିବେ, କେବଳ ଏକ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହେବା ପାଇଁ। ବିଦ୍ୟାଳୟ ପାଠ ସରିବା ପରେ ସେମାନେ କେବେ ଆଉ ଓଡ଼ିଆ ଭାଷା ପଢ଼ନ୍ତିନି। ଫଳ ସ୍ବରୂପ ସେମାନେ ଓଡ଼ିଆ ଲିପି ଠିକରେ ପିପାରନ୍ତିନି ଓ ଓଡ଼ିଆ ଠିକରେ କହି ପାରନ୍ତିନି।

 

ଏହି ପ୍ରକାର ସ୍କୁଲ ଓ ପାଠପଢ଼ା କେବଳ ନିଜର ଜୀବନରେ ଅର୍ଥ ଉପାର୍ଜନର ମାଧ୍ୟମ ହୋଇଯାଇଛି। ବିଦ୍ୟାଳୟମାନଙ୍କରେ ବିଦ୍ୟାଦାନ ପରିବର୍ତ୍ତେ ବିକ୍ରି କରାଯାଉଛି କହିଲେ କିଛି ଅତ୍ୟୁକ୍ତି ହେବନାହିଁ। ପିଲାମାନେ ଏମିତି ନିଜର ମାତୃଭାଷାଠାରୁ ଦୂରେଇ ରହିବା କାରଣରୁ ନିଜର ପିତାମାତାଙ୍କଠାରୁ ମଧ୍ୟ ଦୂରେଇ ଯାଉଛନ୍ତି। ଶେଷରେ ମାତାପିତା ଅନ୍ୟ କାହାର ଦୋଷ ଦିଅନ୍ତି, ଦୁନିଆର ଦୋଷ ଦିଅନ୍ତି, ନିଜ କର୍ମର ଦୋଷ ଦିଅନ୍ତି। ହେଲେ ପ୍ରକୃତରେ ଭୁଲ କୋଉଠି ସେକଥା ଜାଣିବାକୁ ଚେଷ୍ଟା କରନ୍ତିନି।

 

ଏହି ସବୁ କଥା କହିବାର ତାତ୍ପର୍ଯ୍ୟ ହେଉଛି କି ନିଜର ପିଲାମାନଙ୍କୁ ନିଜର ମାତୃଭାଷାଠାରୁ ଦୂରେଇ ରଖନ୍ତୁନି, ଯଦି ସେମାନଙ୍କୁ ସେମାନଙ୍କ ମାତୃଭାଷାଠାରୁ ଦୂରେଇ ରଖିବେ, ସେମାନେ ବ ହେଲା ପରେ ଆପଣମାନଙ୍କଠାରୁ ବି ଦୂରେଇ ଯିବେ।

 

ଭଦ୍ରକ, ଓଡ଼ିଶା


ପ୍ରତିକ୍ରିୟା

ନିଜର ପ୍ରତିକ୍ରିୟା ଦିଅନ୍ତୁ-









© 2015. Samanya Kathan All Rights Reserved | Editor : Debendra Prusty     

To Top