‘ହେ ମାଆ! ମାତୃଭୂମି!’ ପୁସ୍ତକ ଉନ୍ମଚନ କଲେ ମୋଦି

‘ହେ ମାଆ! ମାତୃଭୂମି!’ ପୁସ୍ତକ ଉନ୍ମଚନ କଲେ ମୋଦି

Share :

‘ଓଡିଶାର କାଳିଦାସ’ ପଣ୍ଡିତ ଡାକ୍ତର ପ୍ରବୋଧ କୁମାର ମିଶ୍ରଙ୍କ ଦ୍ୱାରା ରଚିତ ‘ହେ ମାଆ ! ମାତୃଭୂମି!’ ପୁସ୍ତକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉନ୍ମୋଚନ କରି ଓଡିଆ ଭାଷା ଓ ସଂସ୍କୃତିକୁ ସମ୍ମାନିତ କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି। ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ଡା. ମିଶ୍ର ଜଣେ ଲବ୍ଧ ପ୍ରତିଷ୍ଠିତ କବି, ସମାଲୋଚକ ତଥା ଲେଖକ। ସଂସ୍କୃତ ଏବଂ ଓଡିଆ ସାହିତ୍ୟ ପାଇଁ ତାଙ୍କର ଯୋଗଦାନ ଅତୁଳନୀୟ। ଓଡିଆ ସ୍ୱାଭିମାନ ହିଁ ତାଙ୍କ କାଳଜୟୀ ସୃଷ୍ଟିକୁ ପ୍ରେରିତ କରିଛି। ପୁସ୍ତକ ଉନ୍ମୋଚନ ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଉଭୟ ବିଜେଡି ଓ ବିଜେପିର ସାଂସଦ ଭର୍ତ୍ତୃହରି ମହତାବ, ପ୍ରସନ୍ନ ଆଚାର୍ଯ୍ୟ, ସୁରେଶ ପୂଜାରୀ ଓ ରମେଶ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

Share :